//BREAKING//
Loading...

କୃଷ୍ଣାପ୍ରିୟା ମହିଳା ମହାବିଦ୍ୟାଳୟ ର ୩୩ତମ ବାର୍ଷିକ ଉତ୍ସବ ପାଳିତ

 

    


ଦଶପଲ୍ଲା :-ଦଶପଲ୍ଲା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା କୃଷ୍ଣାପ୍ରିୟା ମହିଳା ମହାବିଦ୍ୟାଳୟ ର ୩୩ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଉଦଘାଟନ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ, ଦଶପଲ୍ଲା ଏନ ଏ ସି ଅଧ୍ୟକ୍ଷା ପୁନମ ପ୍ରିୟଦର୍ଶିନୀ, କଲେଜ ର ପୂର୍ବତନ ସମ୍ପାଦକ ବିଜୟ କୁମାର ରାୟ, ଯୁକ୍ତ ତିନି ର ଅଧ୍ୟକ୍ଷା ଦୁର୍ଗାବତୀ ଆଚାର୍ଯ୍ୟ ଯୋଗ ଦେଇଥିବା ବେଳେ କଲେଜ ଅଧ୍ୟାପକ ଧୀରେନ୍ଦ୍ର କୁମାର ମହାରଣା ମଞ୍ଚ ପରିଚାଳନା କରିଥିଲେ। କଲେଜ ଅଧ୍ୟକ୍ଷା ଡ ପୂର୍ଣ୍ଣମାସି ଦେବୀ ଙ୍କ ପୌରହିତ୍ୟ ରେ ସମସ୍ତ କାର୍ଯ୍ୟ ସମ୍ପାଦିତ ହୋଇଥିଲା। ଏହି ଅବସରରେ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା, ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ, ଶିକ୍ଷା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସମସ୍ତ ଛାତ୍ରୀ ମାନଙ୍କୁ ନେଇ ଆୟୋଜିତ ହୋଇଥିଲା। ଶେଷରେ ରଙ୍ଗା ରଙ୍ଗ କାର୍ଯ୍ୟକ୍ରମ ସହ ଉତ୍ସବ ସମାପ୍ତ ହୋଇଥିଲା।


                  
(ଚିତ ରଂଜନ ମିଶ୍ରଙ୍କ ରିପୋର୍ଟ)

Post a Comment

Previous Post Next Post

ଉତ୍ସର୍ଗ ନ୍ୟୁଜ ଆରମ୍ଭ ମାତ୍ର

Hi! ସବସ୍କ୍ରାଇବ ସମଗ୍ର ବିଶ୍ୱରୁ ମଜାଳିଆ ଏବଂ ସୁନ୍ଦର ନ୍ୟୁଜ ଭିଡିଓ ଦେଖିବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ ଙ୍କୁ ସବସ୍କ୍ରାଇବ କରନ୍ତୁ | 🔔

Subscribe