//BREAKING//
Loading...

ଦଶପଲ୍ଲାରେ ମାନବିକ ଅଧିକାର ସଚେତନତା କାର୍ଯ୍ୟକ୍ରମ

 



ଦଶପଲ୍ଲା : - ଦଶପଲ୍ଲା ଓକିଲ ସଂଘ ଆୟୋଜନ କ୍ରମେ ଦଶପଲ୍ଲାସ୍ଥ ଗୋବିନ୍ଦ ଭବନ ଠାରେ ଅନୁସୂଚିତ ଜାତି , ଜନଜାତି ଓ ମହିଳା ମାନଙ୍କର ମାନବିକ ଅଧିକାର ଉପରେ ଏକ ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଯାଇଅଛି।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପ୍ରାକ୍ତନ ମୁଖ୍ୟ ବିଚାରପତି ହାଇକୋର୍ଟ ତଥା ଅଧୁନା ଜାତୀୟ ମାନବିକ ଅଧିକାର ଆୟୋଗର ମାନ୍ୟବର ସଦସ୍ୟ ଜଷ୍ଟିସ ଡ. ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ଓ ମୁଖ୍ୟବକ୍ତା ଭାବରେ ପ୍ରାକ୍ତନ ସି.ବି.ଆଇ. ଜଜ୍ ଶ୍ରୀଯୁକ୍ତ ଶରତ ଚନ୍ଦ୍ର ମିଶ୍ର ଯୋଗଦେଇଥିଲେ।ସଭାର ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ଵାରା ବାବା ସାହେବ୍ ଡ. ଆମ୍ବେଦକରଙ୍କ ଫଟୋଚିତ୍ରରେରେ ମାଲ୍ୟାର୍ପଣ ଏବଂ ପ୍ରଦୀପ ପ୍ରଯୋଳନ କରାଗଲା ପରେ ଓକିଲ ସଂଘର ସମ୍ପାଦକ ଶରତ ଚନ୍ଦ୍ର ବେହେରା ଅତିଥି ପରିଚୟ ସହିତ ସ୍ବାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଏହାପରେ ମୁଖ୍ୟବକ୍ତା ଶ୍ରୀଯୁକ୍ତ ମିଶ୍ର ମାନବିକ ଅଧିକାର ର ବିଭିନ୍ନ ଦିଗ ଉପରେ ବକ୍ତବ୍ୟ ରଖିଥିଲେ।ମୁଖ୍ୟ ଅତିଥି ଜଷ୍ଟିସ ଷଡ଼ଙ୍ଗୀ ମଣିଷର ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଥିବା ସମସ୍ତ ଅଧିକାର କିଭଳି ସୁରକ୍ଷିତ ରହିବ ଓ ସେ କିଭଳି ସମ୍ମାନର ସହ ବଞ୍ଚିବା ତାର ବିଭିନ୍ନ ଦିଗ ଉପରେ ଆଲୋଚନା କରିବା ସହ ସେଥିପାଇଁ ସମାଜରେ ଆଦିବାସୀ , ଦଳିତ ଓ ମହିଳାମାନେ ଏବିଷୟରେ ସଚେତନ ହେବା ଦରକାର।ଏଥିରେ ଆଇନଜୀବୀଙ୍କ ଠାରୁ ଆରମ୍ଭ କରି ସରକାରୀ ଓ ବେସରକାରୀ ସଂଗଠନ ମାନେ କାର୍ଯ୍ୟ କରିବା ଦରକାର।

। ଦଶପଲ୍ଲା ଓକିଲ ସଂଘ ପକ୍ଷରୁ ବରିଷ୍ଠ ଆଇନଜୀବି ଶ୍ରୀଯୁକ୍ତ ଗୌରଚନ୍ଦ୍ର ମିଶ୍ରଙ୍କ ସମେତ ଅନ୍ୟ ସଦସ୍ୟମାନେ ମୁଖ୍ୟଅତିଥି ଓ ଆଇନଜୀବୀ ମାନସ କୁମାର ମହାକୁଡ଼ ଙ୍କ ସହିତ ଅନ୍ୟ ମାନେ ମୁଖ୍ୟବକ୍ତା ଙ୍କୁ ଉପଢୌକନ ପ୍ରଦାନ କରାଗଲା ପରେ ସଂଘର ଅନ୍ୟତମ ସଦସ୍ୟ ଶ୍ରୀ ଆଲୋକ କୁମାର ସେନାପତି ଧନ୍ୟବାଦ୍ ଅର୍ପଣ କରିଥିଲେ। ଶେଷର ସଭାପତିଙ୍କ ଅଭିଭାଷଣ ପରେ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ଦୌରା ଜଜ, ଜିଲ୍ଲା ରେଜିଷ୍ଟର,ଦଶପଲ୍ଲା ଯୁଡ଼ିଶିଆଲ ମାଜିଷ୍ଟ୍ରେଟଙ୍କ ସମେତ ନୟାଗଡ଼ ଜିଲ୍ଲାର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି, ଭାଦ୍ରମହିଳା ଓ ବିଭିନ୍ନ ସାମାଜିକ ସଂଗଠନର କର୍ମକର୍ତ୍ତା ମାନେ ଯୋଗଦେଇଥିବା ଦେଖାଯାଇଥିଲା।
             
                   
   (ରତ୍ନାକର ହୋତାଙ୍କ ରିପୋର୍ଟ )

Post a Comment

Previous Post Next Post

ଉତ୍ସର୍ଗ ନ୍ୟୁଜ ଆରମ୍ଭ ମାତ୍ର

Hi! ସବସ୍କ୍ରାଇବ ସମଗ୍ର ବିଶ୍ୱରୁ ମଜାଳିଆ ଏବଂ ସୁନ୍ଦର ନ୍ୟୁଜ ଭିଡିଓ ଦେଖିବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ ଙ୍କୁ ସବସ୍କ୍ରାଇବ କରନ୍ତୁ | 🔔

Subscribe